ମୃତକଙ୍କ ପାଇଁ ୧.୯୫ କୋଟି ମଞ୍ଜୁର
ଭୁବନେଶ୍ବର : ବାହାନାଗା ଟ୍ରେନ୍ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଓଡ଼ିଶାର ୩୯ ଜଣ ମୃତକ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ମିଳିବ। ସେଥି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ଏହି ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି।