କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ରଜ ଭେଟି : ମହଙ୍ଗା ଭତ୍ତାରେ ୪% ବୃଦ୍ଧି

0

ଭୁବନେଶ୍ବର: ଆସନ୍ତାକାଲି ପହଲି ରଜ ଥିବାବେଳେ କର୍ମଚାରୀଙ୍କୁ ରଜ ଭେଟି ଦେଇଛନ୍ତି ରାଜ୍ୟ ସରକାର। ମଙ୍ଗଳବାର ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି କରାଯାଇଛି।  ଏହାଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ସାଢ଼େ ତିନି ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ।

୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ଏହି ମହଙ୍ଗା ଭତ୍ତା।। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏଥିସହିତ ପେନସନ୍‌ଭୋଗୀ ମାନଙ୍କର ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ବି ଜୁନ୍‌ ମାସ ପେନ୍‌ସନ୍‌ରେ ବର୍ଦ୍ଧିତ ଟିଆଇ ପାଇବେ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?