ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତି
ଭୁବନେଶ୍ବର: ଶୁକ୍ରବାର ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତି ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ସାଢେ ୫ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦.୨ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ଏଠାରେ ୯୨% ଆର୍ଦ୍ରତା ଥିବା ସ୍ପଷ୍ଟ ହୋଇଛି। ଆହୁରି ମଧ୍ୟ କୁହାଯାଇଛି ଯେ, ଆଗାମୀ ୩ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହି। ତେବେ, ପରବର୍ତ୍ତୀ ସମୟରେ ତାତି କମିବ। ଏହାର ପ୍ରଭାବରେ ୧୮ ତାରିଖ ଯାଏ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ। ୧୮ ଯାଏଁ କେତେକ ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ତୁଳନାରେ ତାପମାତ୍ରା ୫ ରୁ ୭ ଡିଗ୍ରି ଅଧିକ ରେକର୍ଡ ହେବ ସମ୍ଭାବନା ରହିଛି।