ଆଗାମୀ ୪ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମପ୍ରବାହ
ଭୁବନେଶ୍ବର: ଆହୁରି ୪ ଦିନ ତାତିରୁ ନିସ୍ତାର ନାହିଁ। ଆଗାମୀ ୪ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା ରହିଛି। ଆଗାମୀ ୩ ଦିନ ଉପକୂଳ ଏବଂ ୫ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ ଏହିଭଳି ତାତି ଜାରି ରହିବ। ଶୁକ୍ରବାର ଦିନ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ନୟାଗଡ଼, କଟକ ଓ ଖୋର୍ଧା ଆଦି ୧୬ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବାର ସମ୍ଭାବନା ଥିବାରୁ ଅଂଶୁଘାତଜନିତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ସେହିଭଳି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ,ବାଲେଶ୍ବର, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, ଜଗତସିଂପୁର ଓ ପୁରୀ ରେ ଅଂଶୁଘାତଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଏଣେ ୧୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାର ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେଣେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେଉଁଝର, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, , ବୌଦ୍ଧ, ବଲାଙ୍ଗୀର,ନୂଆପଡ଼ା, ମୟୂରଭଞ୍ଜ, ନୟାଗଡ଼, କଟକ ଓ ଖୋର୍ଧା ଆଦି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
୧୮ ତାରିଖରେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,ବରଗଡ଼, ଅନୁଗୁଳ, କେଉଁଝର, ସୋନପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର ଆଦି ଜିଲ୍ଲା ପାଇଁ ଆଦି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେଣେ, ଢେଙ୍କାନାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ କଟକର ଗୋଟିଏ/ଦୁଇଟି ସ୍ଥାନ ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।