୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତସମ୍ଭାବନା

0

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପ୍ରତି କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଉ କିଛି ଅଞ୍ଚଳକୁ ଅଗ୍ରସର ହୋଇଛି। ଗାଙ୍ଗେୟ ଉପତ୍ୟକାର ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡର କିଛି ଅଂଶ ବିହାରର ଆଉ କିଛି ଅଂଶ ଏବଂ ଉପ-ହିମାଳୟ ପଶ୍ଚିମବଙ୍ଗ ଏବଂ ସିକ୍କିମର ଅବଶିଷ୍ଟ ଅଂଶକୁ ଆଜି (ଜୁନ୍‌ ୧୯) ଅଗ୍ରସର ହେଉଛି। ଏହି କ୍ରମରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଯଦି ସ୍ଥିତି ଅପରିବର୍ତ୍ତିତ ରହେ ତେବେ ୨୦- ୨୧ ତାରିଖ ଠାରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?