ଦୁଇ ଦିନ ପରେ ବର୍ଷା

0

ଭୁବନେଶ୍ବର : ରାଜ୍ୟରେ ଏବେ ଅଳ୍ପ ଖରା ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟରେ ଏହିଭଳି ପାଗ ଲାଗି ରହିବ। ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମ‌ାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।
ଗୁରୁବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବଲାଙ୍ଗୀରଠାରେ ୩୭.୨ ଡିଗ୍ରି ରେକର୍ଡ ହୋଇଛି। ସେହିପରି ଢେଙ୍କାନାଳଠାରେ ସର୍ବାଧିକ ୬୨ମିମି ବର୍ଷା ହୋଇଯାଇଛି। ସମ୍ବଲପୁରଠାରେ ମଧ୍ୟ ୧୧ମିମି ବର୍ଷା ରେକର୍ଡ ହୋଇଛି। ଆଜି ରାଜ୍ୟର କାଁ ଭାଁ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବା ସହ କିଛି ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ଡିଗ୍ରି ମଧ୍ୟରେ ରହିପାରେ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?