ଦୁଇ ବସ୍‌ ମୁହାଁମୁହିଁ ଧକ୍କା : ୧୬ ଆହତ

0

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଟାମୁଳିଆ ଓଭର ବ୍ରିଜ ଉପରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ସମେତ ୧୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଯାତ୍ରୀବାହୀ ବସ୍‌ ‘ମନିସା’ ଯାତ୍ରୀମାନଙ୍କୁ ଯାଉଥିବା ବେଳେ ବୀପରିତ ଦିଗରୁ ଆସୁଥିବା ଯାତ୍ରୀବାହୀ ବସ୍‌ ‘ସାଇ ଅରବିନ୍ଦ’ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଦୁର୍ଘଟଣାରେ ‘ମନିସା’ ବସ୍‌ର ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ ଦୁଇଟି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ବ୍ରିଜର ଭୁଲ ଡିଜାଇନ୍ ପାଇଁ ଦୁର୍ଘଟଣା ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?