ଲାଞ୍ଚ ନେଉଥିଲେ ସହିଦ ନଗର ଥାନା ASI, ମାଡ଼ିବସିଲା ଭିଜିଲାନ୍ସ

0

ଭୁବନେଶ୍ବର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ କର୍ମଚାରୀ। ୧୫ ହଜାର ଲାଞ୍ଚ ନେଲା ବେଳେ ସହିଦ ନଗର ଥାନା ASI ମମତା ବସ୍ତିଆଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ମମତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ଗିରଫ କରିଛି। ମମତା ଏକ  ମାମଲାରେ ସହଯୋଗ ପାଇଁ ଏତଲାକାରୀଙ୍କ ଠାରୁ ଆଜି ଲାଞ୍ଚ ନେଉଥିଲେ। ଏନେଇ ଏତଲାକାରୀ ଜଣଙ୍କ ପୂର୍ବରୁ ଭିଜିଲାନ୍ସଙ୍କୁ ଅବଗତ କରାଇଥିଲେ। ଭିଜିଲାନ୍ସ ପୂର୍ବ ଯୋଜନା ମୁତାବକ ଛକି ରହିଥିଲେ। ଆଜି ମମତା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ପରେ ଭିଜିଲାନ୍ସ ମମତାଙ୍କ ଘର ଓ କାର୍ଯ୍ୟାଳୟରେ ଚଢ଼ାଉ କରିଛି। ଚଢ଼ାଉ ବେଳେ ମମତାଙ୍କୁ ଘରୁ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଥିବା ଜଣାପଡ଼ିଛି। ଏହା ସହ ମମତାକୁ ଭିଜିଲାନ୍ସ ଅଧିକାରୀ ମାନେ ମୁଖ୍ୟ କାର୍ଯ୍ୟାଳୟକୁ ନେଇ ପଚରାଉରା କରୁଥିବା ଜଣାପଡ଼ିଛି। ପୂର୍ବରୁ ମଧ୍ୟ ମମତାଙ୍କ ନାଁରେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?