ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ସମୁଦ୍ର ପତ୍ତନଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିପାରେ। ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।