ଆଜି ପ୍ରବଳ ବର୍ଷା, ୪ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି

0

ଭୁବନେଶ୍ବର: ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଘଣ୍ଟା ପ୍ରତି ୨୭ କିଲୋମିଟର ବେଗରେ ଗତି କରୁଛି । ଆଜି ଏହା ଗାଙ୍ଗେୟ ଉପତ୍ୟକା ଅତିକ୍ରମ କରି ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହୁଛି ।

ଆଜି ଅତି ଭୀଷଣ ବର୍ଷା ନେଇ ୪ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଶାନ୍ତ କାରଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ସବୁ ବନ୍ଦରରେ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ରହିବ । ୪ ତାରିଖଠୁ ପାଗରେ ପରିବର୍ତ୍ତନ ଆସିବ ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?