ଫୁଲୁଛି ମୁଣ୍ଡଳୀ; ମହାନଦୀରେ ଆସିପାରେ ଛୋଟରୁ ମଧ୍ୟମ ଧରଣର ବନ୍ୟା

0

ଭୁବନେଶ୍ୱର: ମହାନଦୀ ସିଷ୍ଟମରେ ଛୋଟଧରଣର ବନ୍ୟା ଆଶଙ୍କା ଦେଖାଦେଇଛି | ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଥିବାବେଳେ ଏହାକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି ଏସଆରସି ବା ସ୍ୱତନ୍ତ୍ର ରିଲିଫ କମିଶନର | ଏଥିରେ ଜଳସମ୍ପଦ ଅଧିକାରୀଙ୍କ ସହ ଅନ୍ୟ ବିଭାଗର ଅଧିକାରୀ ଉପସ୍ଥିତ ଅଛନ୍ତି | ବର୍ତ୍ତମାନ ମୁଣ୍ଡଳୀରେ ୭ ଲକ୍ଷ ୯୮ ହଜାର ୫୯୯ କ୍ୟୁସେକ ପାଣି ପ୍ରବାହିତ ହେଉଥିବାବେଳେ ଜଳସ୍ତର ଅପ ଷ୍ଟ୍ରିମରେ ୯୨ ଫୁଟ ଓ ଡାଉନ ଷ୍ଟ୍ରିମରେ ୮୮ ଫୁଟ ରହିଛି | ବିଶେଷ କରି ଆଜି ମୁଣ୍ଡଳୀରେ ୮ ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବାକୁ ଥିବାବେଳେ ସମ୍ଭାବ୍ୟ ବନ୍ୟାକୁ ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି | ଏହି ଜିଲ୍ଲାଗୁଡ଼ିକ ହେଉଛି ଅନୁଗୁଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା |

ତଳିଆ ଅଞ୍ଚଳଗୁଡିକରେ ଏନଡିଆରଏଫ ଓ ଓଡ୍ରାଫ ଟିମ ମୁତୟନ ଅଛନ୍ତି | ସେହିପରି ଦୁର୍ବଳ ନଦୀବନ୍ଧଗୁଡିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦ୍ଦେଶ ଦିଆଯାଇଛି | ସ୍ଥାନୀୟ ପୁଲିସ ସହ ଜଳସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି | ଆବଶ୍ୟକ ପଡିଲେ ତଳିଆ ଅଂଚଳର ଲୋକଙ୍କୁ ସ୍ଥାନାନ୍ତର ପାଇଁ ପରାମର୍ଶ ଦିଆଯାଇଛି | ସୁରକ୍ଷିତ କୋଠାରେ ରହିବା ଓ ଖାଇବାର ବ୍ୟବସ୍ଥା କରିବାକୁ ମଧ୍ୟ କୁହାଯାଇଛି | ସେହିପରି ଆଠଗଡର ସାପୁଆ ନଦୀରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି | ମହାନଦୀର ପଛୁଆ ପାଣି ପଶିବାରୁ ସାପୁଆରେ ଘାଇ ସୃଷ୍ଟି ହୋଇଛି |

କଟକ ମହାନଦୀ ମୁଣ୍ଡଳିଠାରେ ଆଜି ସକାଳେ ପ୍ରତି ସେକେଣ୍ଡରେ ୭ ଲକ୍ଷ ୨୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ଉପର ସ୍ରୋତରେ ଜଳସ୍ତର ୯୨ ଫୁଟ ଥିବାବେଳେ ତଳସ୍ତରରେ ୮୮ ଫୁଟ ରହିଛି। ଆଜି ଦିନ ୧୨ଟା ସୁଦ୍ଧା ମୁଣ୍ଡୁଳିରେ ପ୍ରାୟ ୮ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେବ।

ଏହାବାଦ ୧୫ ଜିଲ୍ଲାକୁ ୮ ଟି ଏନଡିଆରଏଫ୍ ଟିମ, ୧୩ଟି ଓଡ୍ରାଫ ଯଏବଂ ୨୩ଟି ଅତିରିକ୍ତ ଅଗ୍ନିଶମବାହିନୀର ଟିମ ପଠାଯାଇଛି । ପ୍ରଭାବିତ ୧୫ ଜିଲ୍ଲା ଗୁଡିକ ହେଲା ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ବର, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ।

ବିଶେଷକରି ଦୁର୍ବଳ ନଦୀ ବନ୍ଧ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମହାନଦୀ ଫୁଲିବା ପରେ ଛୋଟ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ଦୁର୍ବଳ ନଦୀବନ୍ଧ ସ୍ଥାନକୁ ଜଗିବା ସହ ପାଟ୍ରୋଲିଂ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବାଦ ମହାନଦୀ ଫୁଲୁଥିବାରୁ ମତ୍ସ୍ୟଜୀବୀଙ୍କୁ ନଦୀ ଭିତରକୁ ଛଡ଼ା ଯାଉଛି। 

ବନ୍ୟା ଜଳ ପରିଚାଳନା ନିମନ୍ତେ ହୀରାକୁଦର ଏବେ କୌଣସି ଗେଟ୍‌ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏବେ ବନ୍ୟା ସ୍ଥିତି ଉପୁଜିଥିବାରୁ ତାକୁ ମୁକାବିଲା କରିବାକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆବଶ୍ୟକତା ପଡ଼ିଲେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବ ବୋଲି କହିଛନ୍ତି ଏସଆରସି ।


Leave a Reply

Your email address will not be published. Required fields are marked *

error: Content is protected !!
Call Now Button
× How can I help you?