ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଏଣ୍ଡୋସ୍କୋପି ବିଭାଗରେ ଲାଗିଥିବା ସୂଚନା ମିଳିଛି। ନିଆଁକୁ ଆୟତ୍ତ କରିବା ପାଇଁ ୬ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଛନ୍ତି। ଏଥିରେ କାହାର କ୍ଷତି ଘଟିନାହିଁ। ନିଆଁ ଲାଗିବା ପରେ ରୋଗୀମାନଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସର୍ଟ ସର୍କିଟରୁ ନିଆଁ ଲାଗିଲା ନା କେଉଁ କାରଣ ପାଇଁ ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ନିଆଁ ଚାରିଆଡକୁ ବ୍ୟାପିଯିବାର ଆଶଙ୍କା ଥିବାରୁ ଅନ୍ୟ ବିଭାଗକୁ ରୋଗୀମାନଙ୍କୁ ସ୍ଥାନାନ୍ତର କରାଯାଉଛି। ସାଢ଼େ ୧୧ଟା ସମୟରେ ଦିଲ୍ଲୀ ଏମ୍ସର ଏଣ୍ଡୋସ୍କୋପି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି।