୨୧ ଶିକାରୀ ଗିରଫ, ୧୬୫ ବନ୍ଧୁକ ଜବତ
ଶିମିଳିପାଳ : ସର୍ଚ୍ଚ ଅପରେସନ ବେଳେ ଶିମିଳିପାଳରୁ ୨୧ ଶିକାରୀଙ୍କୁ ଗିରଫ କରାଯାଇଥିବାବେଳେ ସେମାନଙ୍କ ନିକଟରୁ ଜବତ ହୋଇଛି ୧୬୫ ବନ୍ଧୁକ ଜବତ ହୋଇଛି ବୋଲି ମୟୂରଭଞ୍ଜ ଏସ୍ ପି ବି. ଗଙ୍ଗାଧର କହିଛନ୍ତି। ସୂଚନା ଅନୁସାରେ, ମୟୂରଭଞ୍ଜର ୧୪ଟି ଥାନା ଅଞ୍ଚଳରେ ସର୍ଚ୍ଚ ଅପରେସନ ପରେ ୧୬୫ ଦେଶୀ ବନ୍ଧୁକ ଓ ବନ୍ଧୁକ ତିଆରି ଯନ୍ତ୍ରାଂଶ, ୫୦୦ ଗନ୍ ପାଉଡର, ବଜ୍ରକାପ୍ତା କାତି, ହରିଣ ଶିଙ୍ଗ ଜବତ କରାଯାଇଛି। ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟ ସର୍ଚ୍ଚ ଅପରେସନବେଳେ ୩୦ରୁ ଅଧିକ ବନ୍ଧୁକ ଜବତ କରାଯାଇଥିଲା ବୋଲି ଆରକ୍ଷୀ ଅଧିକ୍ଷକ ସୂଚନା ଦେଇଛନ୍ତି।